ସୁନା କିଣିବାକୁ ଭାବୁଛନ୍ତି କି? କିଣିବା ପୂର୍ବରୁ ଜାଣନ୍ତୁ କେତେ କମିଲା, କେତେ ବଢ଼ିଲା ମୂଲ୍ୟ

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୯୦ ହଜାର ୯୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୩ ହଜାର ୪୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ ହଜାର ୮୦୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୩, ୪୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୩,୪୦୦ ଟଙ୍କା ଓ ୯୦, ୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୩, ୫୫୦ ଟଙ୍କା ଓ ୯୧, ୧୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୩,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୯୦, ୯୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୩, ୪୦୦ ଓ ୯୦,୯୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୫,୦୦୦ ଟଙ୍କା ହୋଇଛି ।
ଆହୁରି ପଢ଼ନ୍ତୁ : ଆଜି ଲଞ୍ଚ ହେବ Royal Enfield Classic 650, ଜାଣନ୍ତୁ ଏହାର ପ୍ରାଇସ୍ ଏବଂ ଫିଚର୍ସ