Below header

ଗ୍ରାଜୁଏସନ କରିଥିଲେ ତୁରନ୍ତ କରନ୍ତୁ ଆବେଦନ, ନାରିକେଳ ଡେଭଲପମେଣ୍ଟ ବୋର୍ଡରେ ଖାଲିପଡିଛି ପଦବୀ

ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। କୋକୋନଟ ଡେଭଲପମେଣ୍ଟ ବୋର୍ଡ ପକ୍ଷରୁ ନୋଟିଫିକେସନ ଜାରି କରାଯାଇଛି। ଏହା ଅଧିନରେ ବୋର୍ଡ ଡେଭଲପମେଣ୍ଟ ଅଫିସର ସହିତ ୭୮ ପଦବୀ ଖାଲିପଡିଛି। ଯେଉଁମାନେ ଆବେଦନ କରିବାକୁ ଇଚ୍ଛୁକ ସେମାନେ ରୋଜଗାର ସମାଚାର ପତ୍ରର ବିଜ୍ଞାପନ ପ୍ରକାଶିତ ହେବାର ୩୦ ଦିନ ମଧ୍ୟରେ ଆବେଦନ କରିପାରିବେ । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ coconutboard.gov.in କୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ: ୭୮

ଶିକ୍ଷାଗତ ଯୋଗ୍ୟତା : ପ୍ରାର୍ଥୀ କୌଣସି ମାନ୍ୟତାପ୍ରାପ୍ତ ବୋର୍ଡରୁ ପିଜି/ଗ୍ରାଜୁଏସନ ଡିଗ୍ରୀ କରିଥିବା ଜରୁରୀ।

ବୟସ ସୀମା : ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୨୭ ବର୍ଷ ଏବଂ ସର୍ବାଧିକ ବୟସ ୪୫ ବର୍ଷ ହେବା ଜରୁରୀ

ଦରମା : ଚୟନିତ ହେବା ପ୍ରାର୍ଥୀଙ୍କୁ ମାସିକ ୧୯,୯୦୦ ଟଙ୍କାରୁ ୨,୦୮,୭୦୦ ଟଙ୍କା ଦରମା ମିଳିବ।

ଆବେଦନ ଶୁଳ୍କ : ସାମାନ୍ୟ ବର୍ଗ ପ୍ରାର୍ଥୀଙ୍କୁ ଆବେଦନ ଶୁଳ୍କ ଭାବେ ୩୦୦ ଟଙ୍କା ଦେବାକୁ ହେବ। ସେହିପରି ଅନ୍ୟମାନଙ୍କୁ କୌଣସି ଆବେଦନ ଶୁଳ୍କ ଦେବାକୁ ପଡିବ ନାହିଁ।

କେମିତି ହେବ ଚୟନ : ଏହି ପଦରେ ପ୍ରାର୍ଥୀଙ୍କ ଚୟନ ଲିଖିତ ପରୀକ୍ଷା ଏବଂ ଇଣ୍ଟରଭ୍ୟୁ ଆଧାରରେ ହେବ।

କେମିତି କରିବେ ଆବେଦନ : ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ coconutboard.gov.in କୁ ଯାଇ ଆବେଦନ କରିପାରିବେ ।

ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ୍‌ କରନ୍ତୁ :

coconutboard.gov.in

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.