ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ସାମାନ୍ୟ କମିଛି ପାଇ ୧୦୩ ଟଙ୍କା ୧୧ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ବୃଦ୍ଧି ପାଇ ୯୪ ଟଙ୍କା ୬ ୮ ପଇସା ହୋଇଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।
ତେବେ ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…