ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ରହିଛି ପେଟ୍ରୋଲ ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

କେନ୍ୟୁଜ୍ (ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଅଳ୍ପ ବୃଦ୍ଧିପାଇ ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Barsha

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

2 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

9 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

17 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

19 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

27 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

52 mins ago