ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ କମିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ତାଜା ଅପଡେଟ

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ସାମାନ୍ୟ କମିଛି ପାଇ ୧୦୩ ଟଙ୍କା ୧୯ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ବୃଦ୍ଧି ପାଇ ୯୪ ଟଙ୍କା ୭୬ ପଇସା ହୋଇଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

ତେବେ ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Barsha

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

13 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

23 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

31 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

48 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

1 hour ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago