ଆଜି ହିଁ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା କିଣିବାକୁ, ଜାଣନ୍ତୁ ଆଜିର ମୂଲ୍ଯ

ସାମାନ୍ୟ ବଢିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୫୦୦ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯, ୫୦୦ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮,୪୨୦ ଟଙ୍କାରେ ପହଞ୍ଚିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୯, ୫୦୦ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦,୫୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୦୦ ଟଙ୍କା ଓ ୫୩,୬୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୪୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୮୨୦ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୮୧୦ ଟଙ୍କା ଓ ୫୨,୭୨୦ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ଦର ମଧ୍ୟ କିଲୋଗ୍ରାମ ପ୍ରତି ୬୧, ୪୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.