ବ୍ୟବସାୟ ଓ ଅର୍ଥନୀତି

ଯାତ୍ରୀଙ୍କ ପାଇଁ ଖୁସି ଖବର, ଆସନ୍ତା ମେ’ ୨୫ରୁ ଦେଶ ବ୍ୟାପୀ ଉଡିବ ବିମାନ

କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ବରେ ଲକଡାଉନ ଜାରି ରହିଥିବା ବେଳେ ଗତ ମାର୍ଚ୍ଚ ୨୫ରେ ଦେଶରେ ଲକଡାଉନ ଲାଗୁ ହେବା ପରେ ଉଭୟ ଘରୋଇ ଓ ଅନ୍ତରାଷ୍ଟ୍ରୀୟ ବିମାନ ଚଳାଚଳ ଓ ରେଳ ସେବା ବନ୍ଦ ରହିଥିଲା । ଏନେଇ ଆସନ୍ତା ମେ’ ୨୫ରୁ ଦେଶ ବ୍ୟାପୀ ବିମାନ ଉଡାଣ ନେଇ ଉଭୟ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଓ ଯାତ୍ରୀଙ୍କ ପାଇଁ ଏସଓପି ଜାରି କରାଯାଇଛି। କରୋନା ପାଇଁ ସମସ୍ତ ଆବଶ୍ୟକ ନିୟମାବଳୀ ସହ ବିମାନରେ ସାମାଜିକ ଦୂରତା ରକ୍ଷା କରିବାକୁ ହେବ । ଏନେଇ ସମସ୍ତ ବିମାନ ବନ୍ଦରଗୁଡିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଘରୋଇ ବିମାନ ସେବା ଆରମ୍ଭ କରିବା ନେଇ ଟ୍ଵିଟ ଯୋଗେ ସୂଚନା ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ । ପୂର୍ବରୁ ସୁରୁଖୁରୁରେ ବିମାନ ସେବା ଚଳାଚଳ ପାଇଁ କେନ୍ଦ୍ର ସହ ରାଜ୍ୟ ସରକାରଙ୍କର ମଧ୍ୟ ଦାୟିତ୍ୱ ରହିଥିବା କେନ୍ଦ୍ର ମନ୍ତ୍ରୀ ସୂଚନା ଦେଇଥିଲେ । ରାଜ୍ୟମାନଙ୍କୁ ମଧ୍ୟ ଏଥିପାଇଁ ପ୍ରସ୍ତୁତ ରହିବାକୁ ସେ ଜଣାଇଥିଲେ ।

ସୂଚନା ମୁତାବକ ଗତ ମାର୍ଚ୍ଚ ୨୫ରେ ଦେଶରେ ଲକଡାଉନ ଲାଗୁ ହେବା ପରେ ଉଭୟ ଘରୋଇ ଓ ଅନ୍ତରାଷ୍ଟ୍ରୀୟ ବିମାନ ଚଳାଚଳ ଓ ରେଳ ସେବା ବନ୍ଦ ରହିଥିଲା । ତେବେ ବିଦେଶରେ ଫସି ରହିଥିବା ପ୍ରବାସୀଙ୍କୁ ଫେରାଇ ଆଣିବା ପାଇଁ ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ ଓ ଦେଶ ମଧ୍ୟରେ ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ୱତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଚଳ ଜାରି ରହିଛି ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

53 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago