ବ୍ୟବସାୟ ଓ ଅର୍ଥନୀତି

ଦେଶରେ ସ୍ଥିର, ରାଜଧାନୀ ଭୁବନେଶ୍ବରରେ ବଢିଲା ତେଲ ଦର

କେନ୍ୟୁଜ୍(ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଅଳ୍ପ ବଢି ୧୦୩ ଟଙ୍କା ୧୯ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Sasmita

Recent Posts

CBSE ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା : ରେଜିଷ୍ଟ୍ରେସନ ଆରମ୍ଭ, ଜୁଲାଇ ୧୫ରେ ପରୀକ୍ଷା, ଜାଣନ୍ତୁ କେମିତି କରିବେ ଆବେଦନ

ସିବିଏସଇ ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…

8 mins ago

କେନ୍ଦ୍ର କର୍ମଚାରୀଙ୍କୁ ବଡ ଉପହାର, ଡିଏ ପରେ ଏବେ ଗ୍ରାଚ୍ୟୁଟିରେ ୨୫% ବୃଦ୍ଧି

କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…

16 mins ago

ଦିଲ୍ଲୀ: ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଜଳିଗଲା ବିଲ୍ଡିଂ

ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…

32 mins ago

ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ: ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

କେନ୍ୟୁଜ୍‌: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…

33 mins ago

ଟି୨୦ ବିଶ୍ୱକପ ପାଇଁ ବିରାଟଙ୍କ ସହିତ ଆମେରିକାରେ ପହଞ୍ଚିଲେ ଅନୁଷ୍କା, ସାଙ୍ଗରେ ଅଛନ୍ତି ଭାମିକା ଓ ଅକାୟ

ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…

37 mins ago

ଅତି ଆଡ଼ମ୍ବର ସହକାରେ ପାଳିତ ହେଉଛି ପାରମ୍ପାରିକ ଠାକୁରାଣୀ ଯାତ୍ରା, ଜମୁଛି ଶ୍ରଦ୍ଧାଳୁଙ୍କ ଗହଳି

ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…

42 mins ago