ସରଳୀକରଣ ହେବ ଇନ୍‌କମ୍‌ ଟ୍ୟାକ୍ସ ରିଟର୍ଣ୍ଣ , ୬୩ ଦିନ ନୁହଁ ଗୋଟିଏ ଦିନରେ ମିଳିବ ରିଟର୍ଣ୍ଣ

ଦିଲ୍ଳୀ(କେନ୍ୟୁଜ୍) : ଏବେ ୬୩ ଦିନ ନୁହଁ, ଗୋଟିଏ ଦିନରେ ମିଳିବ ଇନ୍‌କମ୍‌ ଟ୍ୟାକ୍ସ ରିଟର୍ଣ୍ଣ । ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି । ୪୨୪୧ କୋଟି ଟଙ୍କାର ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି । ପ୍ରକଳ୍ପ କାର‌୍ୟ୍ୟକାରୀ ପାଇଁ ସରକାର ଆଇଟି କମ୍ପାନୀ ଇନଫୋସିସ୍‌କୁ ଚୟନ କରିଛନ୍ତି । ଏବେ ଆଉ ଟ୍ୟାକ୍ସ ରିଟର୍ଣ୍ଣ ପାଇଁ ଲମ୍ବା ସମୟ ଅପେକ୍ଷା କରିବାକୁ ପଡ଼ିବ ନାହିଁ । ଫଳରେ ଆୟକରଦାତାଙ୍କୁ ଶୀଘ୍ର ରିଫଣ୍ଡ ଟଙ୍କା ମିଳିପାରିବ ।

କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ କହିଛନ୍ତି, ଏହି ଯୋଜନା ପ୍ରାୟ ୧୮ ମାସ ମଧ୍ୟରେ ପୂରା କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହାକୁ ତିନି ମାସର ପରୀକ୍ଷଣ ପରେ ଲଞ୍ଚ କରାଯିବ । ଗୋଏଲ ଏହା ମଧ୍ୟ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ବର୍ତ୍ତମାନ ସୁଦ୍ଧା ୧.୮୩ ଲକ୍ଷ କୋଟି ଟଙ୍କା ଟ୍ୟାକ୍ସ ରିଫଣ୍ଡ ହୋଇଛି । ସେପଟେ ଇନଫୋସିସ୍‌ କହିଛି, ବିଡିଂ ପ୍ରଣାଳୀ ପରେ ଏହି ଯୋଜନାକୁ ଲାଗୁ କରିବାକୁ ଚୟନ କରାଯାଇଛି ।

 

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

20 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

29 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago