ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ଦାମ୍

ବଢ଼ିଲା ସୁନା ଦର।‌ କାଲି ତୁଳନାରେ ଆଜି ସୁନା ଦର ୧୦ ଟଙ୍କା ବଢ଼ିଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୮୭୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୩୬୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୦୭୦ ଟଙ୍କା ଓ ୪୯,୫୯୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧,୪୯୦ ଟଙ୍କା ଓ ୫୦,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୭୦ ଟଙ୍କା ଓ ୫୦,୩୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୪,୦୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯,୫୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୫୪୦ ଟଙ୍କା ଓ ୫୦,୮୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୯୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.