କମିଲା ସୁନା ଦର, ଆଜି ହିଁ କିଣନ୍ତୁ ନିଜ ପସନ୍ଦର ଗହଣା

କମିଲା ସୁନା ଦର।‌ ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୫୦୦ ଟଙ୍କା କମିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୫୪୦ ଟଙ୍କା କମ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୦୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୩,୪୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୦୦ ଟଙ୍କା ଓ ୫୨,୪୭୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୦୦୦ ଟଙ୍କା ଓ ୫୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୦୦୦ ଟଙ୍କା ଓ ୫୩,୪୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୪୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୩୭୦ ଟଙ୍କା ଓ ୫୨,୦୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧,୬୦୦ ଟଙ୍କା କମିଛି। ଆଜି ରୁପା ମୂଲ୍ୟ ୫୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.