ପ୍ରତିଦିନ ବଦଳୁଛି ସୁନା ଓ ରୁପା ମୂଲ୍ୟ , ଜାଣନ୍ତୁ କେତେ ଅଛି ଦାମ୍

ସୁନା ସବୁବେଳେ ନିବେଶକଙ୍କ ପ୍ରଥମ ପସନ୍ଦ ରହିଛି । ସୁନା ଓ ରୁପା ମୂଲ୍ୟ ପ୍ରତିଦିନ ବଦଳୁଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୮, ହଜାର ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୪ ହଜାର ୪୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮, ୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୪୫୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮, ୨୫୦ ଟଙ୍କା ଓ ୭୪,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୪୦୦ ଟଙ୍କା ଓ ୭୪, ୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮, ୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮, ୨୫୦ ଟଙ୍କା ଓ ୭୪,୪୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୯,୫୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like