ବଢ଼ିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୧୦ ଟଙ୍କା ବଢ଼ି ୪୪,୫୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ି ୪୫,୫୭୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୦୦ ଟଙ୍କା ଓ ୪୮,୨୨୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୫୭୦ ଟଙ୍କା ଓ ୪୫,୫୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୭୮୦ ଟଙ୍କା ଓ ୪୯,୯୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୫୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୨୦ ଟଙ୍କା ଓ ୪୯,୩୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିନ୍ତୁ ସ୍ଥିର ଥିବା ଜଣାଯାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।