ବ୍ୟବସାୟ ଓ ଅର୍ଥନୀତି

ବିବାହ ସିଜିନରେ କେତେ ଅଛି ସୁନା ଦର; ଦେଖନ୍ତୁ ଆଜିର ଦାମ୍

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍। ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଏପରି ପରିସ୍ଥିତିରେ, ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କିମ୍ବା ଆପଣ ସୁନାରେ ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୫୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୭୪୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୮,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୩, ୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୫, ୭୦୦ ଟଙ୍କା ରହିଛି ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

41 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago