ପୁଣି କମିଲା ସୁନା ଦର, ଭୁବନେଶ୍ୱରରେ ଅନ୍ୟ ସହର ତୁଳନାରେ ବହୁତ କମ୍‌ ରହିଛି ଦାମ୍‌

ପୁଣିଥରେ ସୁନା କିଣିବାକୁ ଇଚ୍ଛା ରଖିଥିବା ଗ୍ରାହକଙ୍କ ପାଇଁ ଖୁସି ଖବର । ସାମାନ୍ୟ କମିଲା ସୁନା ଦର । ଆଜି ପୁଣି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଦାମ୍‌ ପୁଣି କମିଛି। ପାର୍ବଣ ଋତୁ ଚାଲିଥିବା ଯୋଗୁଁ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରତିଦିନ ସୁନା ଓ ରୁପା ଦରରେ କିଛି ନା କିଛି ପରିବର୍ତ୍ତନ ହେଉଛି। ବେଶି ନ ହେଲେ ବି ଦାମରେ କିଛି ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ୍ ଦର ପରି ସୁନା ଦର ମଧ୍ୟ କମୁଛି।

ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣି ଆଣନ୍ତୁ। କାରଣ ଏହାର ଦାମ ବର୍ତ୍ତମାନ କମ୍ ରହିଛି। ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୨୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୪୮୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ୧୦ ଗ୍ରାମ ପ୍ରତି ୪୬,୬୦୦ ଟଙ୍କା ଓ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୮୪୦ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୬୦୦ ଟଙ୍କା ଓ ୫୦,୮୪୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୭୫୦ ଟଙ୍କା ଓ ୫୦,୯୯୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୬୦୦ଟଙ୍କା ଓ ୫୦,୮୪୦ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୩,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।