ସୁନା-ରୂପା ଦରରେ ପରିବର୍ତ୍ତନ; ଜାଣନ୍ତୁ କେତେ ହେଲା ମୂଲ୍ୟ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୭୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୪୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୨୭୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୨୪୦ ଟଙ୍କା ଓ ୭୨,୨୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୩୯୦ ଟଙ୍କା ଓ ୭୨,୪୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୯୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୨୪୦ ଟଙ୍କା ଓ ୭୨,୨୭୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୯,୯୦୦ ଟଙ୍କା ହୋଇଛି ।