ଜାଣନ୍ତୁ ଆଜି କେତେ ରହିଛି ବଜାରରେ ସୁନା ଦର ?

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୬୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୬୯୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୬୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୬୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫,୬୯୦ ଟଙ୍କା ଓ ୭୧,୬୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୫,୮୪୦ ଟଙ୍କା ଓ ୭୧,୮୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୪୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୫୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫,୬୯୦ ଟଙ୍କା ଓ ୭୧,୬୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୧,୪ ୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.