ଆଜି ସ୍ଥିର ରହିଛି ସୁନା ଓ ରୁପା ଦର, ଜାଣନ୍ତୁ କେଉଁ ସହରରେ ରହିଛି ଗ୍ରାମ୍ ପ୍ରତି କେତେ ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୧୦ ଟଙ୍କା ଓ ୪୮,୭୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୯୪୦ ଟଙ୍କା ଓ ୪୬,୯୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୦୫୦ ଟଙ୍କା ଓ ୫୦,୨୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୪୯,୦୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା କିନ୍ତୁ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.