ଆଜି ସ୍ଥିର ରହିଛି ସୁନା ଓ ରୁପା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ପୁଣି କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯୦ ଟଙ୍କା କମି ୪୫,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭୦ ଟଙ୍କା କମି ୪୯,୬୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୪୫୦ ଟଙ୍କା ଓ ୪୭,୭୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୨୮୦ ଟଙ୍କା ଓ ୪୬,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୫୦୦ ଟଙ୍କା ଓ ୪୯,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୭୫୦ ଟଙ୍କା ଓ ୪୯,୬୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୪୦୦ ଟଙ୍କା କମି ୬୩,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.