ସାମାନ୍ଯ ବଢିଲା ସୁନା ଦର, ଜାଣନ୍ତୁ କେତେ ହେଲା ଆପଣଙ୍କ ସହରରେ ଦାମ୍

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୪୦ ଟଙ୍କା ବଢି ୪୪,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୫,୭୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୪୦୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୩୫୦ ଟଙ୍କା ରହିଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୭୦୦ ଟଙ୍କା ଓ ୪୫,୭୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୬୫୦ ଟଙ୍କା ଓ ୪୯,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୭୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୭୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୫୦ ଟଙ୍କା ଓ ୪୮,୫୫୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୩୦୦ ଟଙ୍କା ବଢ଼ି ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.