ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍
ଆଜି ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୦୦ ଟଙ୍କା ରହିଛି । ଯେବେକି ଭାରତରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୭୦ ଟଙ୍କା ଓ ୪୭,୦୭୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୦୭୦ ଟଙ୍କା ଓ ୪୭,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୫୦ ଓ ୫୦,୩୫୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୪୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୪୫୦ ଟଙ୍କା ଓ ୪୯,୧୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ୬୪, ୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।