ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ସୁନାର ଚାହିଦା ବଢିଛି । ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର । ବର୍ତ୍ତମାନ ସୁନା ଦର ପୁଣି ବଢିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୬୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୭୫୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୬୦୦ ଟଙ୍କା ଓ ୭୩,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୭୫୦ ଟଙ୍କା ଓ ୭୩,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୪୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୬୦୦ ଟଙ୍କା ଓ ୭୩,୭୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୫,୫୦୦ ଟଙ୍କା ହୋଇଛି ।