ବ୍ୟବସାୟ ଓ ଅର୍ଥନୀତି

ଏପଟେ ଗଢା ମଜୁରୀ ଉପରେ ମନଲୋଭ ଅଫର, ସେପଟେ ବଢିଲା ସୁନା ଦାମ୍‌

ଚାଲିଛି ପାର୍ବଣ ଋତୁ। ଆଉ ଏହିସମୟରେ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ମନଲୋଭା ଅଫର ଦେଇଥାନ୍ତି ସୁନା ଦେକାନୀ। ସୁନା ଦୋକାନୀ ଗଢା ମଜୁରୀ ଉପରେ କିଛି ପ୍ରତିଶତ ଛାଡ କରି ଗ୍ରାହକଙ୍କୁ ଆକର୍ଷିତ କରିଥାନ୍ତି। ତେବେ ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣିଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୪୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୭୬୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬, ୭୦୦ ଟଙ୍କା ଓ ୫୦, ୮୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୬୫୦ ଟଙ୍କା ଓ ୫୦, ୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୮୦୦ ଟଙ୍କା ଓ ୫୧, ୦୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୬୫୦ ଟଙ୍କା ଓ ୫୦, ୮୯୦ ଟଙ୍କା ରହିଛି।

ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Swagatika

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

3 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

6 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

6 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

6 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

9 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

9 hours ago