ସୁନା ମୂଲ୍ଯ ହ୍ରାସ୍, ଜାଣନ୍ତୁ ପୁଣି ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ଆଜି ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬,୩୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୩୪୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୫୦ ଟଙ୍କା ଓ ୪୮,୨୯୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୩୪୦ ଟଙ୍କା ଓ ୪୭,୩୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୪୦୦ ଟଙ୍କା ଓ ୫୦,୬୨୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୪୦ ଟଙ୍କା ଓ ୪୯,୮୩୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୯,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.