Below header

ଏବେ ଦିନକୁ ଦିନ ବଢିବାରେ ଲାଗିଛି ସୁନା ଦାମ୍, ଜାଣନ୍ତୁ ଆଜି କେତେ ରହିଛି ଦର

ଯଦି ଆପଣ ସୁନା ମୂଲ୍ୟର ତାଜା ଅପଡେଟ ଜାଣିବାକୁ ଚାହୁଁଛନ୍ତି ତାହେଲେ ଏଠାରେ ଆପଣ ପ୍ରତିଦିନ ଜାଣିପାରିବେ ଦାମ। ଆଜି ସୁନା ଦରରେ  ସାମାନ୍ଯ ପରିବର୍ତ୍ତନ ଆସିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୩୦ ଟଙ୍କା ବଢି ୪୪,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୩୦ ଟଙ୍କା କମି ୪୫,୮୫୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୬୫୦ ଟଙ୍କା ଓ ୪୮,୭୧୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୮୫୦ ଟଙ୍କା ଓ ୪୫,୮୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୪୯,୯୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୯୫୦ ଟଙ୍କା ଓ ୪୯,୭୦୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୭୧,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.