ପୂଜା ସମୟରେ ଲୋକ କିଛି କିଛି ନୂଆ ଜିନିଷ କିଣିବାକୁ ଚାହାଁନ୍ତି। ଆଉ ପାର୍ବଣ ଋତୁରେ କିଣିବାର ମଜା ନିଆରା। ଏହିସମୟରେ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ମନଲୋଭା ଅଫର ଦେଇଥାନ୍ତି ସୁନା ଦେକାନୀ। ସୁନା ଦୋକାନୀ ଗଢା ମଜୁରୀ ଉପରେ କିଛି ପ୍ରତିଶତ ଛାଡ କରି ଗ୍ରାହକଙ୍କୁ ଆକର୍ଷିତ କରିଥାନ୍ତି। ତେବେ ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣିଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୪୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୭୬୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬, ୭୦୦ ଟଙ୍କା ଓ ୫୦, ୮୯୦ ଟଙ୍କା ହୋଇଛି ।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୬୫୦ ଟଙ୍କା ଓ ୫୦, ୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୮୦୦ ଟଙ୍କା ଓ ୫୧, ୦୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୬୫୦ ଟଙ୍କା ଓ ୫୦, ୮୯୦ ଟଙ୍କା ରହିଛି।
ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।