ସୁନା କିଣିବା ପୂର୍ବରୁ ଜାଣନ୍ତୁ ପୁଣି ଆଜି କେତେ ବଢିଲା ଗ୍ରାମ୍ ପ୍ରତି ଦାମ୍

ସୁନା କିଣିବାକୁ ଚାହୁଁଥିଲେ ଆପଣଙ୍କ ପାଇଁ ଖୁସି ଖବର। ଆଜି ଭାରତୀୟ ବଜାରରେ ସୁନା ଦାମରେ ୩୪୦ ଟଙ୍କା ହ୍ରାସ ପାଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬,୩୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୬୧୦ ଟଙ୍କା ରହିଥିବା ଜଣାପଡ଼ିଛି।
ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦାମ୍ ବଢି ଏବେ ୨୨ କ୍ୟାରେଟ ସୁନା ଦର ୪୬,୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୮୭୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭, ୫୫୦ ଟଙ୍କା ଓ ୫୧, ୮୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୫୮୦ ଟଙ୍କା ଓ ୫୨,୯୦୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୫୮୦ ଟଙ୍କା ଓ ୫୧, ୯୦୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦୦ ଟଙ୍କା ବଢ଼ି ୬୦,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ତେବେ କିଛି ମାତ୍ରାରେ କମ୍ ହୋଇଚି ସୁନା ଓ ରୁପା ମୂଲ୍ୟ।