ଜାଣନ୍ତୁ କେତେ ରହିଛି ଆଜି ସୁନା ଦର

କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୪୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୪୯୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୪୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୫୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୪୯୦ ଟଙ୍କା ଓ ୭୨,୫୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୬୪୦ ଟଙ୍କା ଓ ୭୨,୬୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୪୯୦ ଟଙ୍କା ଓ ୭୨,୫୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୦,୯୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.