ଗୋଟେ ଦିନ କମିବା ପରେ ପୁଣି ବଢିଲା ସୁନା ଦାମ୍, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ୍ ପ୍ରତି ଦାମ୍

ଗତକାଲି ସୁନା ଦାମ୍ ୩୪୦ ଟଙ୍କା କମିଥିବା ବେଳେ ଆଜି ପୁଣି ବଢିଛି। ଆଜି ସୁନା ଗ୍ରାମ ପ୍ରତି ଦାମରେ ୨୩୦ ଟଙ୍କା ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬,୨୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୨୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୫୦ ଟଙ୍କା ଓ ୪୮,୨୯୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୨୩୦ ଟଙ୍କା ଓ ୪୭,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୪୦୦ ଟଙ୍କା ଓ ୫୦,୬୨୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୭୨୦ ଟଙ୍କା ଓ ୪୯,୪୨୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୯,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.