ଆଜି ସ୍ଥିର ରହିଛି ସୁନା ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ଦାମ୍

ସୁନା ମୂଲ୍ଯରେ ସବୁଦିନ ପ୍ରାୟ ଫରକ ଦେଖିବାକୁ ମିଳୁଛି। ଦିନକୁ ଦିନ ଲଗାତାର ସୁନା ଦର ହ୍ରାସ ପାଉଥିବାବେଳେ ଆଜି ମଧ୍ୟ ଭୁବନେଶ୍ବରରେ ସୁନା ଦର ପୁଣି ହ୍ରାସ ହୋଇଛି। ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୨,୦୧୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୩୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୮୩୦ ଟଙ୍କା ଓ ୪୪,୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୧୬୦ ଟଙ୍କା ଓ ୪୮,୧୭୦ ଟଙ୍କା ରହିଛି।

gold

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୧୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୩୦୦ ଟଙ୍କା ଓ ୪୬,୯୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ି ୬୬,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.