Below header

ସୁନା ମୂଲ୍ଯର ତାଜା ଅପଡେଟ୍, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍

ଆପଣ ଯଦି ସୁନା କିଣିବାକୁ ଚାହୁଁଚନ୍ତି, ତେବେ ନିଶ୍ଚିତ ଦାମ୍ ବିଷୟରେ ଜାଣିବା ଜରୁରୀ। ତେବେ ତାଜା ଅପଡେଟ୍ ଜାଣିବା ପାଇଁ ଏଠାରେ ପଢନ୍ତୁ ଖବର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୦୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୬,୦୧୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୧୬୦ ଟଙ୍କା ଓ ୪୮,୧୭୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୦୧୦ ଟଙ୍କା ଓ ୪୬,୦୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୨୭୦ ଟଙ୍କା ଓ ୫୦,୪୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୫୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୧୦ ଟଙ୍କା ଓ ୪୯,୦୧୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦ ଟଙ୍କା ବଢ଼ି ୬୮,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.