ସୁନା କିଣିବାକୁ ଚାହୁଁଛନ୍ତି, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ଯଦି ଆପଣ ସୁନା କିଣିବାକୁ ଚାହୁଁଚନ୍ତି, ଆଜି ହିଁ ଯାଇ କିଣିଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୪୭, ୧୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା କମି ୪୮, ୧୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭, ୫୦୦ ଟଙ୍କା ଓ ୪୯,୭୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୧୯୦ ଟଙ୍କା ଓ ୪୮,୧୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୧,୭୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୪୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୫୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୨୦ ଟଙ୍କା ଓ ୪୮,୪୬୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୧୦୦୦ ଟଙ୍କା କିମିଛି। ଆଜି ରୂପା କିଲୋଗ୍ରାମ ପ୍ରତି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.