ପୁଣି ବଢ଼ିଲା ସୁନା ଓ ରୁପା ଦର, ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ୟ

ଆଜି ପୁଣି ବୃଦ୍ଧି ପାଇଛି ସୁନା ଦର  । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୩,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୩୮୦ ଟଙ୍କା ରହିଛି  ।

ଆଜି ପୁଣି ବୃଦ୍ଧି ପାଇଛି ସୁନା ଦର  । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୩,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୩୮୦ ଟଙ୍କା ରହିଛି  । ସେହିପରି  ଦର ବୃଦ୍ଧି ପରେ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୬୩,୬୦୦ ଟଙ୍କାରେ ପହଞ୍ଚିଛି । ୨୪ କ୍ୟାରେଟ୍ ସୁନା ଦର ୬୯,୩୮୦ ଟଙ୍କା ହୋଇଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ ପରିବର୍ତ୍ତନ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୩,୬୦୦ ଟଙ୍କା ଓ ୬୯,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୩,୭୫୦ ଟଙ୍କା ଓ ୬୯,୫୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୦,୪୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୩,୬୦୦ ଟଙ୍କା ଓ ୬୯,୩୮୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୮, ୬୦୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.