Below header

ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର, ଆଜି ପୁଣି ହ୍ରାସ ପାଇଲା ସୁନା ଦାମ୍

ଖୁସି ଖବର ପୁଣି କମିଲା ସୁନା ଦର। ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ଯାଇ କିଣିଆଣନ୍ତୁ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୬୯୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୫୭୦ ଟଙ୍କା ରହିଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୯୩୦ ଟଙ୍କା ଓ ୪୫, ୯୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୮୪୦ ଟଙ୍କା ଓ ୪୮,୯୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୨୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୩୪୦ ଟଙ୍କା ଓ ୪୮,୧୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୭୦,୫୧୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.