ଖସିଲା ସୁନା ଦର, ଆଜି ରାଜ୍ୟରେ ଗ୍ରାମ ପିଛା କେତେ ଅଛି ଜାଣନ୍ତୁ

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୮୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୨୮୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୨୫୦ ଟଙ୍କା ଓ ୭୨,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୪୦୦ ଟଙ୍କା ଓ ୭୨,୪୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୯୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୨୫୦ ଟଙ୍କା ଓ ୭୨,୨୮୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୦,୦୦୦ ଟଙ୍କା ହୋଇଛି ।