ସୁନା କିଣିବାକୁ ଚାହୁଁଛନ୍ତି କି ? ଏଠାରେ ଜାଣିନିଅନ୍ତୁ କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ଦାମ୍

ଗତକାଲି ତୁଳନାରେ ଆଜି ପୁଣି ବଢିଛି ସୁନା ଦାମ। ସୁନା ମୂଲ୍ଯରେ ଆଜି ୧୦ ଗ୍ରାମ ପ୍ରତି ୪୦ ଟଙ୍କା ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୦୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୦୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୬୫୦ ଟଙ୍କା ଓ ୪୯,୮୦୦ ଟଙ୍କା ଛୁଇଁଛି।

gold price today

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୦୦୦ ଟଙ୍କା ଓ ୪୯,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୮୦୦ ଟଙ୍କା ଓ ୫୨,୧୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୩୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୫୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୩୨୦ ଟଙ୍କା ଓ ୫୧,୧୨୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଅପରିବର୍ତ୍ତିତ ରହିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.