ଆଜି କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ସୁନାଦାମ

ଆଜି କମିଲା ସୁନା ଦର ।  କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । 

ଆଜି କମିଲା ସୁନା ଦର ।  କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ ।  ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୫୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୨୯୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୨୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୫୦୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮,୨୯୦ ଟଙ୍କା ଓ ୭୪,୫୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୪ ୪ ୦ ଟଙ୍କା ଓ ୭୪ ,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୫୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪ ,୮୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮,୨୯୦ ଟଙ୍କା ଓ ୭୪,୫୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୪,୫୦୦ ଟଙ୍କା ହୋଇଛି ।

You might also like