ଖୁସି ଖବର: ପୁଣି ସୁନା ଦର ହ୍ରାସ, ଜଲଦି କରନ୍ତୁ ଆଜି ହିଁ କିଣିଆଣନ୍ତୁ

ସୁନା କିଣିବାକୁ ଚାହୁଁଚନ୍ତି କି ? ତେବେ ଆଜି ଯାଇ କିଣିଆଣନ୍ତୁ। ସୁନା ଦାମ୍ ଦିନକୁ ଦିନ ଅହେତୁକ ଭାବେ ହ୍ରାସ ପାଇବାରେ ଲାଗିଛି। ଯଦି ଆପଣ ସୁନା କିଣିବାକୁ ଭାବୁଛନ୍ତି, ତେବେ ଏଇଠି ଦେଖିଦିଅନ୍ତୁ ଆଜି କେତେ ଅଛି ସୁନା ମୂଲ୍ୟ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୪,୮୦୦ ଟଙ୍କା ଥିବା ଜଣାଯାଇଛି।

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଆଜି ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୦୫୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୮୦ ରହିଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୮୦୦ ଟଙ୍କା ଓ ୪୪,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୨୦୦ ଟଙ୍କା ଓ ୪୮,୨୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୧୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୫,୯୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୫୪୦ ଟଙ୍କା ଓ ୪୭,୨୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୭,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like