ବିବାହ ଋତୁ ଆସିବା ପୂର୍ବରୁ କିଣିନିଅନ୍ତୁ ସୁନା, ଜାଣନ୍ତୁ ଆଜି କେତେ ଅଛି

ଯଦି ଆପଣ ସୁନା ପ୍ରେମୀ ଏବଂ ଆପଣ ଚାହୁଁଛନ୍ତି କିଛି ଲାଟେଷ୍ଟ ଡିଜାଇନର ହାର କିଣିବାକୁ କିମ୍ବା କାନପୁଲ ଚୁଡି କିଣିବାକୁ। ତାହେଲେ ଦୋକାନ ଯିବାପୂର୍ବରୁ ଜାଣିନିଅନ୍ତୁ ନୂଆ ଦାମ୍। ଏବେ ତ ବିବାହ ଋତୁ ଆସିଲାଣି, ସୁନା ଦର ପୁଣି ବୃଦ୍ଧି ପାଇବ।
ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୫୨,୬୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୫୦ ଟଙ୍କା ରହିଛି। ଆଜି ଭାରତରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୫୨,୯୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୫୦୦ ଟଙ୍କା ରହିଛି। ପୂର୍ବ ଦିନର ମୂଲ୍ୟ ତୁଳନାରେ ଆଜିର ମୂଲ୍ୟରେ ଏକ ପରିବର୍ତ୍ତନ ଦେଖିବାକୁ ମିଳିଛି। ସେହିପରି କିଲୋଗ୍ରାମ ପିଛା ରୁପା ଦରରେ ମଧ୍ୟ କିଛି ପରିବର୍ତ୍ତନ ହୋଇଛି। ଆଜି ୧ କେଜି ରୁପାର ମୂଲ୍ୟ ୬୧,୦୦୦ ଟଙ୍କା ରହିଥିବା ନେଇ ଚର୍ଚ୍ଚା ହେଉଛି।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି। ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୧୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୮୦୦ ଟଙ୍କା ରହିଛି।
କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୦୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୦୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୦୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୦୦ ଟଙ୍କା ଅଛି।
ଯଦି ଆପଣ ଘରେ ବସି ସୁନା ଦର ଜାଣିବା ପାଇଁ ଚାହୁଁଛନ୍ତି ତେବେ ଆପଣଙ୍କ ପାଇଁ ଏକ ସହଜ ଉପାୟ ରହିଛି। ଏହି ଉପାୟ ଟି ହେଉଛି, ଘରେ ବସି ଆପଣଙ୍କୁ କେବଳ ଏହି ନମ୍ବର ୮୯୫୫୬୬୪୪୩୩ ରେ ଏକ ମିସ୍ କଲ୍ ଦେବାକୁ ପଡିବ। ଏହାପରେ ଆପଣଙ୍କ ଫୋନରେ ଏକ ମେସେଜ୍ ଆସିଯିବ, ଯେଉଁଥିରେ ଆପଣ ଲେଟେଷ୍ଟ ଦର ବିଷୟରେ ଜାଣି ପାରିବେ।
ଏଥିସହିତ ଘରେ ବସି ବିଆଇଏସ୍ କେୟାର ଆପ୍ ମାଧ୍ୟମରେ ଆପଣ ସୁନାର ଶୁଦ୍ଧତା ମଧ୍ୟ ଯାଞ୍ଚ କରିପାରିବେ | ଯଦି ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିବ ତେବେ ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରି ପାରିବେ।