ତାଜା ଅପଡେଟ, ଜାଣନ୍ତୁ ଆଜି କେତେ ରହିଛି ୧୦ ଗ୍ରାମ ପ୍ରତି ସୁନା ମୂଲ୍ୟ 

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭,୦୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ ସ୍ଥିର ରହିଛି, ଯାହାପରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୬୦୦ ଟଙ୍କା ଓ ୪୯, ୭୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୦୦୦ ଟଙ୍କା ଓ ୪୭,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୩୦ ଟଙ୍କା ଓ ୫୦,୮୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮, ୦୩୦ ଟଙ୍କା ଓ ୫୦,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ ଆଜି କମିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦୦ଟଙ୍କା କମି ୭୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.