ଦୀପାବଳି ପରେ ପୁଣି ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍‌

ଦୀପାବଳି ପାଇଁ ସୁନାର ଗଢା ମଜୁରୀ ଉପରେ ରିହାତି ଦେଉଥିଲେ ସୁନା ଦୋକାନୀ। ତେବେ ଦୀପାବଳି ସରିଲା ପରେ ବଢ଼ିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୭,୦୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୫୧,୨୯୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୦୧୦ ଟଙ୍କା ଓ ୫୧,୨୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୧୦ ଟଙ୍କା ଓ ୫୧,୨୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୬୦ ଟଙ୍କା ଓ ୫୧,୪୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୪୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୭୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୧୦ ଟଙ୍କା ଓ ୫୧,୨୯୦ ଟଙ୍କା ରହିଛି।

ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମକୁ ୫୭,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି