ବ୍ୟବସାୟ ଓ ଅର୍ଥନୀତି

ଆଜି ସାମାନ୍ୟ କମିଲା ସୁନା ଦାମ୍‌, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍‌

ଗତକାଲି ତୁଳନାରେ ଆଜି ସାମାନ୍ୟ କମିଛି ସୁନା ଦାମ୍‌। ଆଜି ଭାରତରେ ୨୪ କ୍ୟାରେଟ ଏବଂ ୨୨ କ୍ୟାରେଟ ସୁନା ଦାମ୍‌ ୩୦ ଟଙ୍କା କମିଛି। ଗତକାଲି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୪୪,୨୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୯୦ ଟଙ୍କା ରହିଥିଲା। ଆଉ ଆଜି ୨୨ କ୍ୟାରେଟ୍‌ ସୁନା ଦାମ୍‌ ୪୪,୨୧୦ ଏବଂ ୨୪ କ୍ୟାରେଟ୍‌ ସୁନା ଦାମ୍‌ ୪୮, ୨୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩ ୩୦ ଟଙ୍କା ଓ ୪୯, ୬୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭, ୩୦୦ ଟଙ୍କା ଓ ୪୮,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୧,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୮୨୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୦,୨୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Swagatika

Recent Posts

କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ପାରିବାରିକ ମାସିକ ପତ୍ରିକା କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ। ଭୁବନେଶ୍ବର ଭରତପୁର ବସ୍ତିରେ…

43 seconds ago

ପୃଥିବୀ କେତେ ବର୍ଷ ପୁରୁଣା, ଉତ୍ତର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ପ୍ରତିଦିନ ବୈଜ୍ଞାନିକମାନେ ପୃଥିବୀରେ ନୂତନ ଅନୁସନ୍ଧାନ ଜାରି ରଖିଛନ୍ତି, ଯାହା ମାଧ୍ୟମରେ ଆମେ ଏହାର ଅନନ୍ୟ ରହସ୍ୟ ବିଷୟରେ ନୂଆ…

6 mins ago

ଜାପାନରେ କାୟା ବିସ୍ତାର କରୁଛି ମାରାତ୍ମକ ରୋଗ, STSS ବ୍ୟାକ୍ଟେରିଆ ଯୋଗୁ ୪୮ ଘଣ୍ଟା ମଧ୍ୟରେ ହୁଏ ରୋଗୀର ମୃତ୍ୟୁ

ଜାପାନରେ ଏକ ମାରାତ୍ମକ ରୋଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହି ରୋଗ ବ୍ୟାକ୍ଟେରିଆ ଯୋଗୁ ହୋଇଥାଏ ।…

23 mins ago

ଇଣ୍ଡିଆନ୍‌ କୋର୍ଷ୍ଟ ଗାର୍ଡରେ ୩୨୦ ପଦବୀ ଖାଲି, ୧୨ଶ ପାସ୍‌ ତୁରନ୍ତ କରନ୍ତୁ ଆବେଦନ

ଇଣ୍ଡିଆନ କୋଷ୍ଟ ଗାର୍ଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଠାରେ ବମ୍ପର ପଦବୀରେ ଭର୍ତ୍ତି ହେଉଛି…

29 mins ago

କେଶ ଝଡିବା ଏବଂ ରୁପି ଯୋଗୁ ଚିନ୍ତିତ କି ? ଟ୍ରାଏ କରନ୍ତୁ ଏହି ଘରୋଇ ଉପଚାର

ବର୍ତ୍ତମାନର ଖରା ଓ ଗରମ ଯୋଗୁ ଘରୁ ବାହାରକୁ ଯିବା ବହୁତ କଷ୍ଟକର ହୋଇଯାଇଛି । ଏହା ସହ ଖରାରେ…

36 mins ago

ଅସ୍ତରଙ୍ଗ ଜାହାନିଆରେ ଜମିଥିଲା ହଜାର ହଜାର ପର୍ଯ୍ୟଟକଙ୍କ ଭିଡ, ଝାଉଁ ଜଙ୍ଗଲରେ ମଜା କହିଲେ ନସରେ

କାକଟପୁର(କେନ୍ୟୁଜ): ଓଡ଼ିଶାର ପାରମ୍ପରିକ ପର୍ବ ରଜ । ଏଥିପାଇଁ ଗାଁ ଠାରୁ ସହର ସବୁଠାରେ ଖୁସିର ମାହୋଲ ଦେଖିବାକୁ ମିଳିଥିଲା…

44 mins ago