Below header

ସୁନା ଦାମ୍ ବଢିଲା, ଜାଣନ୍ତୁ କେତେ ହେଲା ଆପଣଙ୍କ ସହରରେ ଗ୍ରାମ ପ୍ରତି ଦାମ୍

ସୁନା ଦାମ୍ ଜାଣିବାକୁ ଚାଁହୁଥିଲେ ଏଠାରେ ମିଳିବ ତାଜା ଖବର । ଆଜି ପୁଣି ବଢିଛି ସୁନା ଦାମ୍। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୮୦୦ ଟଙ୍କା ବଢି ୪୬,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭,୮୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ ସ୍ଥିର ରହିଛି, ଯାହାପରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୧୦୦ ଟଙ୍କା ଓ ୫୦,୩୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୮୦୦ ଟଙ୍କା ଓ ୪୭,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୩୦ ଟଙ୍କା ଓ ୫୧,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୮୮୦ ଟଙ୍କା ଓ ୫୦,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ ଆଜି କମିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦୦ଟଙ୍କା କମି ୭୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.