ଧନତେରସ୍‌ରେ ସୁନା କିଣିବାକୁ ଚାହୁଁଛନ୍ତି ? ତେବେ ଜାଣିରଖନ୍ତୁ କେତେ ରହିଛି ସୁନା ଦାମ୍‌

ଆଗକୁ ଆସୁଛି ଧନତେରସ୍‌। ସୁନା କିଣିବାକୁ ଚାହୁଁଛନ୍ତି କି ? ଏଠାରେ ଜାଣିରଖନ୍ତୁ ଆଜି କେତେ ଦାମ୍‌ ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୪, ୦୯୮ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୦୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାଦର ଦଶ ଗ୍ରାମ ପ୍ରତି ୪୪,୭୭୦ ଟଙ୍କା ଓ ୪୯,୧୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୭୦ଟଙ୍କା ଓ ୪୮,୨୭୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୨୦୦ ଟଙ୍କା ଓ ୫୧, ୪୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫, ୫୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି ।

ନ୍ୟପଟେ ରୁପା ଦାମ୍‌ ମଧ୍ୟ ଆଜି ବଢିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୬,୦୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.