ଖୁସି ଖବର! କମିଛି ସୁନା ଦର, କିଣିବା ଆଗରୁ ଜାଣି ନିଅନ୍ତୁ କେତେ ରହିଛି ଆଜିର ଦର

ଆଜି ପୁଣି କମିଛି ସୁନା ଦର । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୬, ହଜାର ୯୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୩ ହଜାର ୦୨୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬, ୯୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୦୩୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬, ୯୪୦ ଟଙ୍କା ଓ ୭୩,୦୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୦୯୦ ଟଙ୍କା ଓ ୭୩, ୧୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬, ୯୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୦୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬, ୯୪୦ ଟଙ୍କା ଓ ୭୩,୦୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୮,୬୦୦ ଟଙ୍କା ହୋଇଛି ।