ସୁନା କିଣିବାକୁ ଚାହୁଁଥିଲେ ଆଜି ହିଁ କିଣି ଆଣନ୍ତୁ, କମିଲା ସୁନା ଦାମ୍

କଣ ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି, ତାହେଲେ ଏଇଠି ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୪୦ ଟଙ୍କା କମି ଦଶ ଗ୍ରାମ ପ୍ରତି ୪୪,୮୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧୧୦ ଟଙ୍କା କମି ୪୫,୮୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୪୦ ଟଙ୍କା ହ୍ରାସ ପାଇ ୪୪, ୪୫୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୪୦ ଟଙ୍କା ହ୍ରାସ ପାଇ ୪୮, ୪୬୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୮୦୦ ଟଙ୍କା ଓ ୪୫,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୦୦୦ ଟଙ୍କା ଓ ୫୦, ୧୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୭୫୦ ଟଙ୍କା ଓ ୪୯,୪୫୦ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୫୦୦ ଟଙ୍କା ବଢ଼ି ୭୦,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.