ଆଜି ଜାଣନ୍ତୁ, କଣ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୯ ହଜାର ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ଗ୍ରାମ ପିଛା ୬୩ ହଜାର ୬୩,୨୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୩,୪୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୧୬୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୩,୪୦୦ ଟଙ୍କା ଓ ୬୯,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୩,୫୫୦ଟଙ୍କା ଓ ୬୯,୩୧୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୧୫୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୯,୯୮୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୩,୪୦୦ ଟଙ୍କା ଓ ୬୯,୧୬୦ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮,୫,୦୦୦ ଟଙ୍କା ହୋଇଛି।