ସାମାନ୍ଯ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ
ସାମାନ୍ଯ ବଢିଲା ସୁନା ଦର । ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ଯାଇ କିଣିଆଣନ୍ତୁ। ଆଜି କିନ୍ତୁ ଭୁବନେଶ୍ବରରେ ସୁନା ଦାମ ଗ୍ରାମ ପ୍ରତି ୪୦୦ ଟଙ୍କା ବଢିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୦୫୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୭୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୯୪୦ ଟଙ୍କା ଓ ୪୫, ୯୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୨୦୦ ଟଙ୍କା ଓ ୪୯,୩୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୫୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୪୬୦ ଟଙ୍କା ଓ ୪୮,୩୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୭୦,୫୧୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।