Below header

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୩୦ ଟଙ୍କା ବଢି ୪୬,୬୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୬୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୮୬୦ ଟଙ୍କା ଓ ୪୮,୯୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୬୬୦ଟଙ୍କା ଓ ୪୭,୬୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୭୧୦ ଟଙ୍କା ଓ ୫୦,୯୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୦୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୧୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୧୦ ଟଙ୍କା ଓ ୪୯,୮୧୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୨୦୦ ଟଙ୍କା କମି ୬୩,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.