Below header

ଆଜି ବଢିନାହିଁ ସୁନା ଦାମ୍, ଆଜି ହିଁ କିଣିଆଣନ୍ତୁ ମନ ପସନ୍ଦର ଗହଣା

ସୁନା ଦାମ୍ ସ୍ଥିର ରହିଛି। ଗତକାଲି ଯାହା ଦାମ୍ ରହିଥିଲା ଆଜି ବଜାରରେ ସୁନା ଗ୍ରାମ୍ ପ୍ରତି ମୂଲ୍ଯ ସେତିକି ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୮୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୮୦୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୬୫୦ ଟଙ୍କା ଓ ୪୯,୮୦୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୮୦୦ ଟଙ୍କା ଓ ୪୮,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୮୦୦ ଟଙ୍କା ଓ ୫୨,୧୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୨୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୬୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୮୦ ଟଙ୍କା ଓ ୫୧,୦୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୬,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.